ଭୁବନେଶ୍ବର: ପୁରୀର ସେବାୟତ ମାନଙ୍କର ଏକ ପ୍ରତିନିଧି ଦଳ ଆଜି ସଂଧ୍ୟାରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ । ଜଗନ୍ନାଥ ମନ୍ଦିର ପାଇଁ ଜାତୀୟ ସ୍ମାରକୀ କର୍ତ୍ତୃପକ୍ଷଙ୍କ ଉପନିୟମ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଯୋଗୁ କେନ୍ଦ୍ର ସରକାର ବାତିଲ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସେମାନେ ଧନ୍ୟବାଦ ଜଣାଇଥିଲେ। ମହାପ୍ରଭୁଙ୍କ ଆଶୀର୍ବାଦରୁ ହିଁ ସବୁ କିଛି ସମ୍ଭବ ହେଲା ବୋଲି ମତ ଦେଇ ଶ୍ରୀମନ୍ଦିର ବିକାଶ କାମ ଆହୁରି ତ୍ବରାନ୍ବିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ […]