ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରିରେ ନାଇଟ୍ କର୍ଫ୍ୟୁ ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ପୁଣି ଥରେ ଉପରମୁହାଁ ହୋଇଥିବା ବେଳେ ପଡୋଶୀ ଛତିଶଗଡ଼ ଆମ ପାଇଁ ଅଧିକ ବିପଦର ଆଶଙ୍କା ବଢ଼ାଇଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ୧୦ଟି ସୀମାନ୍ତବର୍ତ୍ତୀ ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଘୋଷଣା କରାଯାଇଛି । ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ଆଜି ଏହାର ନିର୍ଦ୍ଦେଶନାମା ଜାରି କରିଛନ୍ତି । […]